1
ରୋମୀୟ 8:28
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Compare
Explore ରୋମୀୟ 8:28
2
ରୋମୀୟ 8:38-39
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
Explore ରୋମୀୟ 8:38-39
3
ରୋମୀୟ 8:26
ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି
Explore ରୋମୀୟ 8:26
4
ରୋମୀୟ 8:31
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
Explore ରୋମୀୟ 8:31
5
ରୋମୀୟ 8:1
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
Explore ରୋମୀୟ 8:1
6
ରୋମୀୟ 8:6
କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ
Explore ରୋମୀୟ 8:6
7
ରୋମୀୟ 8:37
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
Explore ରୋମୀୟ 8:37
8
ରୋମୀୟ 8:18
କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
Explore ରୋମୀୟ 8:18
9
ରୋମୀୟ 8:35
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
Explore ରୋମୀୟ 8:35
10
ରୋମୀୟ 8:27
ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
Explore ରୋମୀୟ 8:27
11
ରୋମୀୟ 8:14
ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
Explore ରୋମୀୟ 8:14
12
ରୋମୀୟ 8:5
କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
Explore ରୋମୀୟ 8:5
13
ରୋମୀୟ 8:32
ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?
Explore ରୋମୀୟ 8:32
14
ରୋମୀୟ 8:16-17
ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
Explore ରୋମୀୟ 8:16-17
15
ରୋମୀୟ 8:7
ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ
Explore ରୋମୀୟ 8:7
16
ରୋମୀୟ 8:19
ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।
Explore ରୋମୀୟ 8:19
17
ରୋମୀୟ 8:22
କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।
Explore ରୋମୀୟ 8:22