“ମୁଁ ଆଦେଶ ଦେଲି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ୱରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।
ସେ ଜୀବିତ ପରମେଶ୍ୱର
ଓ ନିତ୍ୟସ୍ଥାୟୀ ଅଟନ୍ତି।
ତାଙ୍କର ରାଜ୍ୟ ଅବିନାଶୀ
ଓ ତାଙ୍କର ପ୍ରଭୁତ୍ୱର ଅନ୍ତ ନାହିଁ।
ସେ ଲୋକମାନଙ୍କୁ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି।
ସେ ସ୍ୱର୍ଗରେ ଓ ପୃଥିବୀରେ ଅଦ୍ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରନ୍ତି।
ସେ ଦାନିୟେଲଙ୍କୁ ସିଂହମାନଙ୍କଠାରୁ ଉଦ୍ଧାର କରିଅଛନ୍ତି।”