ସଦାପ୍ରଭୁ ମୋତେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦେଖାଉଛୁ ତାହା ଗୋଟିଏ ଫଳକ ଉପରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜରେ ପଢ଼ି ପାରିବେ। ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶେଷ ବାର୍ତ୍ତା ସମ୍ବନ୍ଧରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ୟା ହୁଏ ନାହିଁ। ଯେପରି ଜଣାଯିବ ଏହି ସମୟ କେବେ ଆସିବ ନାହିଁ। କିନ୍ତୁ ଧୈର୍ଯ୍ୟ ଧରି ଅପେକ୍ଷା କର, ସେ ସମୟ ନିଶ୍ଚୟ ଆସିବ। ଏହା ଅଧିକ ବିଳମ୍ବ ହେବ ନାହିଁ।