1
ମାଥିଉ 1:21
ପବିତ୍ର ବାଇବଲ
OERV
ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।”
Compare
Explore ମାଥିଉ 1:21
2
ମାଥିଉ 1:23
“ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)
Explore ମାଥିଉ 1:23
3
ମାଥିଉ 1:20
କିନ୍ତୁ ଯୋଷେଫ ଯେତେବେଳେ ଏ କଥା ଭାବୁଥିଲେ, ସେତେବେଳେ ସ୍ୱପ୍ନରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କର ନାହିଁ। କାରଣ ତାହାଙ୍କ ଗର୍ଭରେ ଥିବା ଶିଶୁଟି ପବିତ୍ରଆତ୍ମାଙ୍କର।
Explore ମାଥିଉ 1:20
4
ମାଥିଉ 1:18-19
ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି। କିନ୍ତୁ ତାଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।
Explore ମାଥିଉ 1:18-19