“ନୋହଙ୍କ ସମୟରେ ଯେଭଳି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସେହିପରି ଘଟିବ। ସେତେବେଳେ ବନ୍ୟା ଆସିବା ପୂର୍ବରୁ ଲୋକମାନେ ଭୋଜନପାନ କରୁଥିଲେ, ଲୋକେ ବିବାହ କରୁଥିଲେ ଏବଂ ପିଲାମାନଙ୍କୁ ବିବାହ ଦେଉଥିଲେ। ନୋହଙ୍କର ଜାହାଜରେ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଏସବୁ କରୁଥିଲେ। ଯାହାସବୁ ସେତେବେଳେ ଘଟି ଯାଉଥିଲା, ଲୋକେ ତାହା ଜାଣିପାରୁ ନ ଥିଲେ। ସେତିକିବେଳେ ବନ୍ୟା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହୋଇଗଲେ।
“ମନୁଷ୍ୟପୁତ୍ର ଆସିବା ସମୟରେ ଠିକ୍ ସେହିପରି ହେବ।