ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା। ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।