Bible App logo
Search Icon

୧ ଥେସଲନୀକୀୟ 1

1
ଅଭିବାଦନ
1ପାଉଲ, ସିଲ୍ଵାନ ଓ ତୀମଥି, ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
ଥେସଲନୀକୀୟମାନଙ୍କର ଜୀବନ ଓ ବିଶ୍ଵାସ
2ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ଵାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି
3ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ,
4କାରଣ ହେ ଈଶ୍ଵରଙ୍କ ପ୍ରିୟପାତ୍ର ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,
5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟ; ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲା; ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ନିମନ୍ତେ ଆମ୍ଭେମାନେ କିପ୍ରକାରେ ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।
6ପୁଣି, ତୁମ୍ଭେମାନେ ବହୁ କ୍ଳେଶଭୋଗ ମଧ୍ୟରେ ପବିତ୍ର ଆତ୍ମାଙ୍କ ଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
7ଏପରକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ଵାସୀଙ୍କ ପ୍ରତି ଆଦର୍ଶ ସ୍ଵରୂପ ହୋଇଥିଲ।
8କାରଣ ତୁମ୍ଭମାନଙ୍କଠାରୁ ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ଘୋଷିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ଵାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ଵନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନାହିଁ।
9ଯେଣୁ ଲୋକେ ନିଜେ ନିଜେ ଆମ୍ଭମାନଙ୍କ ସମ୍ଵନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା, ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ଵରଙ୍କ ସେବା କରିବା ନିମନ୍ତେ,
10ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ଵର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in