Bible App logo
Search Icon

୨ ଥେସଲନୀକୀୟ 2

2
ଅଧର୍ମ ପୁରୁଷର ପ୍ରକାଶ
1ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ଵାରା ଲିଖିତ ବୋଲି ମନେ କରି କୌଣସି ପତ୍ର ଦ୍ଵାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ।
3କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ।
4ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ।
5ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ ଥରକୁଥର କହିଥିଲି, ତାହା କଅଣ ତୁମ୍ଭମାନଙ୍କର ସ୍ମରଣ ନାହିଁ?
6ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ।
7କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
8ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ଵାସ ଦ୍ଵାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ଵାରା ବିନାଶ କରିବେ।
9ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
10କାରଣ ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ସେମାନେ ସତ୍ୟ ପ୍ରତି ଶ୍ରଦ୍ଧାଭାବ ବହି ନାହାନ୍ତି।
11ଆଉ, ଏଥିସକାଶେ ସେମାନେ ଯେପରି ମିଥ୍ୟାରେ ବିଶ୍ଵାସ କରନ୍ତି, ସେଥିନିମନ୍ତେ ଈଶ୍ଵର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପ୍ରେରଣ କରନ୍ତି,
12ଯେପରିକି ଯେଉଁମାନେ ସତ୍ୟରେ ବିଶ୍ଵାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ତର ପାତ୍ର ହୁଅନ୍ତି।
ବିଶ୍ଵାସରେ ସ୍ଥିର ରହିବା
13କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି;
14ସେଥିସକାଶେ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ଵାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପ୍ରାପ୍ତି ନିମନ୍ତେ ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି।
15ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି ଆମ୍ଭମାନଙ୍କ ବାକ୍ୟ କିମ୍ଵା ପତ୍ର ଦ୍ଵାରା ତୁମ୍ଭେମାନେ ଯେଉଁ ଶିକ୍ଷା ପ୍ରାପ୍ତ ହୋଇଅଛ, ସେହିସବୁ ଧରି ରଖ।
16ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ଵର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନ; ସାନ୍ତ୍ଵନା ଓ ଉତ୍ତମ ଭରସା ଦେଇଅଛନ୍ତି,
17ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Video for ୨ ଥେସଲନୀକୀୟ 2