ଏଫିସୀୟ 3:16-19
ଏଫିସୀୟ 3:16-19 ODIAOV-BSI
ଯେପରି ସେ ଆପଣା ଗୌରବରୂପ ନିଧି ଅନୁସାରେ ଆପଣା ଆତ୍ମାଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, ପୁଣି, ବିଶ୍ଵାସ ଦ୍ଵାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି, ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ଼ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ, ଆଉ ଏହି ପ୍ରକାରେ ଈଶ୍ଵରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।






