ଯାତ୍ରା ପୁସ୍ତକ 10
10
ଅଷ୍ଟମ ଦଣ୍ତ - ପଙ୍ଗପାଳ
1ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,
2ପୁଣି ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ଵରୂପେ ଯେ ଯେ କର୍ମ କରିଅଛୁ, ସେସବୁର ବୃତ୍ତା; ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି ଆମ୍ଭେ ଯେ ସଦାପ୍ରଭୁ - ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ ଭାରୀ କଲୁ।
3ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ।
4ମାତ୍ର ଯେବେ ଛାଡ଼ି ଦେବାକୁ ନାସ୍ତି କର, ତେବେ ଦେଖ, ଆମ୍ଭେ କାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।
5ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।
6ପୁଣି ସେମାନଙ୍କ ଦ୍ଵାରା ତୁମ୍ଭର ଗୃହ ଓ ତୁମ୍ଭ ଦାସଗଣର ଗୃହ ଓ ସକଳ ମିସ୍ରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବନ୍ତଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ। ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରିଗଲେ।
7ଅନନ୍ତର ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ଵରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା କରିବା ପାଇଁ ଏମାନଙ୍କୁ ଛାଡ଼ି ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?
8ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କର; ମାତ୍ର କିଏ କିଏ ଯିବ?
9ତହିଁରେ ମୋଶା କହିଲେ, ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।
10ତେବେ ଫାରୋ ସେମାନଙ୍କୁ କହିଲେ, ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଛାଡ଼ି ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।
11ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହି ମାତ୍ର ତୁମ୍ଭେମାନେ ଚାହଁ। ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।
12ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।
13ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ଦିବାରାତ୍ରିଯାକ ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ଵାରା ପଙ୍ଗପାଳ ଉପସ୍ଥିତ ହେଲେ।
14ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟ; ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।
15ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେଓ ସେମାନଙ୍କ ଦ୍ଵାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍ ବର୍ଣ୍ଣ କିଛିମାତ୍ର ରହିଲା ନାହିଁ।
16ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କଲୁ।
17ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ଵରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର।
18ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,
19ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।
20ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଛାଡ଼ି ଦେଲେ ନାହିଁ।
ନବମ ଦଣ୍ତ - ଅନ୍ଧକାର
21ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ହେତୁରୁ ଲୋକମାନେ ଦରାଣ୍ତି ହେବେ।
22ଅନନ୍ତର ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ଏକ ଆରେକକୁ ଦେଖି ପାରିଲା ନାହିଁ।
23ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲା ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସସ୍ଥାନରେ ଆଲୁଅ ଥିଲା।
24ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।
25ତହିଁରେ ମୋଶା କହିଲେ, ଆମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଓ ହୋମଦ୍ରବ୍ୟ ଉତ୍ସର୍ଗ କରିବା, ତାହା ମଧ୍ୟ ଆମ୍ଭମାନଙ୍କ ହସ୍ତରେ ଆପଣଙ୍କୁ ଦେବାକୁ ହେବ।
26ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।
27ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି ସେ ସେମାନଙ୍କୁ ଛାଡ଼ି ଦେବାକୁ ସମ୍ମତ ହେଲେ ନାହିଁ।
28ଏଣୁ ଫାରୋ ତାଙ୍କୁ କହିଲେ, ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।
29ତହିଁରେ ମୋଶା କହିଲେ, ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।
Currently Selected:
ଯାତ୍ରା ପୁସ୍ତକ 10: ODIAOV-BSI
Highlight
Share
Copy
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.

: