ଯାତ୍ରା ପୁସ୍ତକ 17
17
ପ୍ରସ୍ତରରୁ ଜଳ
1ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସୀନ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।
2ଏଣୁକରି ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ। ତହିଁରେ ମୋଶା କହିଲେ, ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କିହେତୁ ସଦାପ୍ରଭୁଙ୍କୁ ପରୀକ୍ଷା କର?
3ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରିକହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ କିହେତୁ ଆଣିଲ?
4ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।
5ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯଦ୍ଦ୍ଵାରା ନଦୀକି ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି କେତେକ ପ୍ରାଚୀନଙ୍କୁ ସଙ୍ଗ କରି ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।
6ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
7ପୁଣି ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ହେତୁରୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ହେତୁରୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବା (ପରୀକ୍ଷା ଓ ବିବାଦ) ରଖିଲେ। ଅମାଲେକୀୟମାନଙ୍କ ପରାଜୟ
8ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।
9ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; କାଲି ମୁଁ ଆପଣା ହସ୍ତରେ ପରମେଶ୍ଵରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଛିଡ଼ା ହେବି।
10ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।
11ପୁଣି ମୋଶା ଆପଣା ହସ୍ତ ଊର୍ଦ୍ଧ୍ଵକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
12ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ତିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।
13ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ଼୍ଗଧାରରେ ପରାସ୍ତ କଲେ।
14ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।
15ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବା-ନିଃଷି (ସଦାପ୍ରଭୁ ମୋହର ଧ୍ଵଜା) ରଖିଲେ।
16ପୁଣିସେ ସଦାପ୍ରଭୁଙ୍କ ଧ୍ଵଜାରେ ହସ୍ତ ଦେଇ କହିଲେ, ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।
Currently Selected:
ଯାତ୍ରା ପୁସ୍ତକ 17: ODIAOV-BSI
Highlight
Share
Copy
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.

: