ଗାଲାତୀୟ 1
1
ଅଭିବାଦନ
1ମୁଁ ପାଉଲ, ଜଣେ ପ୍ରେରିତ (ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ଵାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଏବଂ ଯେଉଁ ପିତା ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ଵାରା),
2ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ;
3ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
4ସେ ଆମ୍ଭମାନଙ୍କ ପିତା ଈଶ୍ଵରଙ୍କ ଇଚ୍ଛାନୁସାରେ ଏହି ବର୍ତ୍ତମାନ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
5ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍।
ଏକମାତ୍ର ସୁସମାଚାର
6ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ଵାନ କଲେ, ତାହାଙ୍କ-ଠାରୁ ତୁମ୍ଭେମାନେ ଯେ ଏଡ଼େ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
7ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
8କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ଵା ସ୍ଵର୍ଗଦୂତ ହେଲେ ମଧ୍ୟ କେହି ତଦ୍ଭିନ୍ନ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ।
9ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତଦ୍ଭିନ୍ନ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ।
10ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ଵା ଈଶ୍ଵରଙ୍କର ପ୍ରିୟପାତ୍ର ହେବାକୁ ଯନି କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସାାହୁଅନ୍ତି ନାହିଁ।
ପାଉଲ ଈଶ୍ଵରଙ୍କ ଦ୍ଵାରା ଆହୂତ
11କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ଵାରା ପ୍ରଚାରିତ ହୋଇଅଛି, ସେ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;
12ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ଵାରା ପାଇଅଛି।
13ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
14ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟ; ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ଵଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।
15କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ଵାନ କଲେ,
16ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ବିଜାତିମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି
17କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦାମାସ୍କସ୍କୁ ବାହୁଡ଼ି ଆସିଲି।
18ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ କେଫାଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି।
19କିନ୍ତୁ ପ୍ରଭୁଙ୍କ ଭ୍ରାତା ଯାକୁବଙ୍କ ଛଡ଼ା ପ୍ରେରିତ-ମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
20ମୁଁ ଯେଉଁସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ଵରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ।
21ପରେ ମୁଁ ସୁରିଆ ଓ କିଲିକିଆ ଅଞ୍ଚଳକୁ ଗଲି।
22ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ତଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି;
23ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ଵାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି;
24ଆଉ ସେମାନେ ମୋʼ ସକାଶେ ଈଶ୍ଵରଙ୍କ ପ୍ରଶଂସା କରୁଥିଲେ।
Currently Selected:
ଗାଲାତୀୟ 1: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.