YouVersion Logo
Search Icon

ହୋଶେୟ 11

11
ଇସ୍ରାଏଲ ପ୍ରତି ପରମେଶ୍ଵରଙ୍କ ପ୍ରେମ
1ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
2ସେମାନେ ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ।
3ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
4ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ଵାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
5ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
6ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ଼୍‍ଗ ପଡ଼ିବ, ତାହାର ଅର୍ଗଳ-ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
7ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ଵସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ହେଁ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
8ହେ ଇଫ୍ରୟିମ, ଆମ୍ଭେ କିରୂପେ ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିରୂପେ ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିରୂପେ ତୁମ୍ଭକୁ ଅଦ୍ମାର ତୁଲ୍ୟ କରିବା? ଆମ୍ଭେ କିରୂପେ ତୁମ୍ଭକୁ ସବୋୟିମର ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ଵଳିତ ହେଉଅଛି।
9ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ଵର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ଵରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
10ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ସେ ସିଂହ ତୁଲ୍ୟ ଗର୍ଜନ କରିବେ, ଆଉ ସେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
11ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
12ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ହେଁ ପରମେଶ୍ଵରଙ୍କ ସହିତ କର୍ତ୍ତୃତ୍ଵ କରୁଅଛି ଓ ଧର୍ମସ୍ଵରୂପଙ୍କ ସହିତ ବିଶ୍ଵସ୍ତ ହୋଇ ରହିଅଛି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ହୋଶେୟ 11