YouVersion Logo
Search Icon

ହୋଶେୟ 12

12
1ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ବହାଯାଏ।
ଯିହୁଦା ଏବଂ ଇସ୍ରାଏଲ ବିରୁଦ୍ଧରେ ପରମେଶ୍ଵରଙ୍କ ଅଭିଯୋଗ
2ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ତ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
3ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ଵରଙ୍କ ସହିତ ଯୁଦ୍ଧ କଲା;
4ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ;
5ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
6ଏନିମନ୍ତେ ତୁମ୍ଭେ ଆପଣା ପରମେଶ୍ଵରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ଵରଙ୍କ ଅପେକ୍ଷାରେ ଥାଅ।
7ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
8ପୁଣି, ଇଫ୍ରୟିମ କହିଲା, ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ସମ୍ପତ୍ତି ପାଇଅଛି; ମୋର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼଠାରେ ପାଇବେ ନାହିଁ।
9ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ଵୁରେ ବାସ କରାଇବା।
10ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଦୃଷ୍ଟାନ୍ତ-କଥା ବ୍ୟବହାର କରିଅଛୁ।
11ଗିଲୀୟଦ୍ କି ଅଧର୍ମମୟ? ସେମାନେ ସର୍ବତୋ-ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
12ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
13ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ସେ ରକ୍ଷିତ ହେଲା।
14ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ହୋଶେୟ 12