YouVersion Logo
Search Icon

ହୋଶେୟ 13

13
ଇସ୍ରାଏଲ ପ୍ରତି ପରମେଶ୍ଵରଙ୍କ କଠୋର ବିଚାର
1ଇଫ୍ରୟିମ କଥା କହିବା ବେଳେ କମ୍ପ ଜନ୍ମିଲା; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ମଲା।
2ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ଵନ କରନ୍ତୁ।
3ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
4ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ଵର ବୋଲି ଜାଣିବ ନାହିଁ ଓ ଆମ୍ଭ ଭିନ୍ନ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
5ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।
6ସେମାନେ ଆମ୍ଭମାନଙ୍କ ଚରାଣି-ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।
7ଏଣୁକରି ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହୋଇଅଛୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ଵରେ ଛକି ବସିବା;
8ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ହୃଦୟକୋଷ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
9ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।
10ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?
11ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।
12ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।
13ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରା; କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ଵାରରେ ତାହାର ବିଳମ୍ଵ କରି ରହିବାର ଉଚିତ ନୁହେଁ।
14ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।
15ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ଵାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ତାର ଲୁଟ କରିବେ।
16ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍‍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ହୋଶେୟ 13