YouVersion Logo
Search Icon

ହୋଶେୟ 14

14
ପରମେଶ୍ଵରଙ୍କ ନିକଟକୁ ଫେରି ଆସିବାକୁ ଆହ୍ଵାନ
1ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
2ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
3ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।
4ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
5ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ।
6ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ।
7ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ।
8ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
9ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ହୋଶେୟ 14