ଯିଶାଇୟ 44
44
ଇସ୍ରାଏଲ ସଦାପ୍ରଭୁଙ୍କ ମନୋନୀତ
1ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;
2ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।
3କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
4ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।
5ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵହସ୍ତରେ ସ୍ଵାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।
6ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ଵର ଆଉ ନାହିଁ।
7ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ଵାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।
8ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ଵର ଅଛନ୍ତି? ଅନ୍ୟ ଶୈଳ ନାହିଁ ; ଆମ୍ଭେ କାହାକୁ ଜାଣୁ ନା।
ପ୍ରତିମା ପୂଜା ଉପହାସଜନକ
9ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟ-ମାନ ଉପକାରକ ନୋହିବ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
10ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି?
11ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ।
12କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେନ୍ତ ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳା; ହୁଏ।
13ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ଵାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ଵାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।
14ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ୍ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।
15ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟୀ ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ତବତ କରେ।
16ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ (ପାକ କରି) ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।
17ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ଵାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ତବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।
18ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
19କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ଵଳ; ଅଙ୍ଗାର ନେଇ ରୋଟୀ ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ତେ କାଷ୍ଠ ଆଗରେ ଦଣ୍ତବତ କରିବା?
20ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଦକ୍ଷିଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।
ଇସ୍ରାଏଲର ସୃଷ୍ଟିକର୍ତ୍ତା ଓ ମୁକ୍ତିଦାତା ପରମେଶ୍ଵର
21ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ଵାରା ବିସ୍ମୃତ ନୋହିବ।
22ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁନ୍ତ ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
23ହେ ଆକାଶମଣ୍ତଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ଵନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ଵରରେ ଗାନ କରନ୍ତ କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ଵିତ କରିବେ।
24ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ; ଆମ୍ଭେ ଏକାକୀ ଆକାଶମଣ୍ତଳ ବିସ୍ତାର କରୁ; ଆମ୍ଭେ ପୃଥିବୀକି ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?
25ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
26ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁନ୍ତ ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେସବୁ ପୁନର୍ନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;
27ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି, ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବାନ୍ତ
28ଆମ୍ଭେ କୋରସ୍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।
Currently Selected:
ଯିଶାଇୟ 44: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.