ଯିଶାଇୟ 60
60
ଇସ୍ରାଏଲ ଭାବୀ ଗୌରବ
1ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
2କାରଣ, ଦେଖ, ଅନ୍ଧକାର ପୃଥିବୀକି ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
3ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
4ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ କକ୍ଷରେ ଅଣାଯିବେ।
5ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
6ଅପାର ଉଷ୍ଟ୍ର, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ ଓ କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
7କେଦରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ଵରୂପ ଗୃହକୁ ଭୂଷିତ କରିବା ।
8ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?
9ନିଶ୍ଚୟ ଦ୍ଵୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ଵର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
10ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ ।
11ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜଗଣ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ଵାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେସବୁ ବନ୍ଦ ନୋହିବ।
12କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ଵଂସିତ ହେବ।
13ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ଵିତ କରିବା।
14ଆଉ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ଵରୂପଙ୍କର ସିୟୋନ ବୋଲି ସମ୍ଵୋଧନ କରିବେ।
15ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନ; କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ-ପରମ୍ପରାର ଆନନ୍ଦ ସ୍ଵରୂପ କରିବା।
16ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
17ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକି ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।
18ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗର-ଦ୍ଵାରସକଳର ନାମ ପ୍ରଶଂସା ରଖିବ।
19ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ନୋହିବ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନ; କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ଵର ତୁମ୍ଭର ଗୌରବସ୍ଵରୂପ ହେବେ।
20ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ନୋହିବ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ କାରଣ ସଦାପ୍ରଭୁ ତୁମ୍ଭର ଅନ; କାଳସ୍ଥାୟୀ ଜ୍ୟୋତିଃସ୍ଵରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
21ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନ; କାଳଯାଏ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
22କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।
Currently Selected:
ଯିଶାଇୟ 60: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.