Bible App logo
Search Icon

ବିଚାରକର୍ତ୍ତା 12

12
ଇଫ୍ରୟିମ ସହ ଯିପ୍ତହଙ୍କ ସଂଘର୍ଷ
1ଅନନ୍ତର ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।
2ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ୍-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।
3ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?
4ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।
5ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା;
6ତେବେ ସେମାନେ ତାହାକୁ କହିଲେ, କହତ ‘ଶିବ୍ବୋଲେତ୍ʼ; ତହିଁରେ ସେ କହିଲା, ‘ସିବ୍ବୋଲେତ୍ʼ, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।
7ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏ ଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।
ଇବ୍ସନ୍, ଏଲୋନ୍ ଓ ଅବ୍ଦୋନ୍
8ତାହା ଉତ୍ତାରେ ବେଥଲିହିମୀୟ ଇବ୍ସନ୍ ଇସ୍ରାଏଲର ବିଚାର କଲେ।
9ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।
10ଏ ଉତ୍ତାରେ ଇବ୍ସନ୍ ମଲେ ଓ ବୈଥ୍ଲେହମରେ କବର ପାଇଲେ।
11ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।
12ଏ ଉତ୍ତାରେ ସବୂଲୂନୀୟ ଏଲୋନ୍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନରେ କବର ପାଇଲେ।
13ତାହା ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ଇସ୍ରାଏଲର ବିଚାର କଲେ।
14ଆଉ ତାହାରଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।
15ଏ ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Video for ବିଚାରକର୍ତ୍ତା 12