YouVersion Logo
Search Icon

ଯୋୟେଲ 2

2
ସଦାପ୍ରଭୁଙ୍କର ଦିନ
1ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
2ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତତ୍ତୁଲ୍ୟ ଗୋଷ୍ଠୀ କେବେ ହୋଇ ନାହିଁ,, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପୁରୁଷର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।
3ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନର ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ଵଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।
4ସେମାନଙ୍କର ଆକାର ଅଶ୍ଵଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ଵାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।
5ପର୍ବତଗଣର ଶୃଙ୍ଗରେ ରଥସମୂହର ଶଦ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶଦ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।
6ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।
7ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ।
8ଅବା ସେମାନଙ୍କର ଏକ ଜଣ ଆନ ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି: ସେମାନେ ଅସ୍ତ୍ର-ଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ।
9ସେମାନେ ନଗର ଉପରେ କୁଦନ୍ତି; ସେମାନେ ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
10ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ତଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
11ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମ; ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ।; ଆଉ କିଏ ତାହା ସହ୍ୟ କରି ପାରେ?
ଅନୁତାପ ପାଇଁ ଆହ୍ଵାନ
12ତଥାପି ସଦାପ୍ରଭୁ କହନ୍ତି, ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ;
13ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷା; ହୁଅନ୍ତି।
14କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।
15ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ଵାନ କରନ୍ତଣଣଯୋୟେ.୨:୧୪
16ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକା-ମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।
17ବରଣ୍ତା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେହ?
ପରମେଶ୍ଵରଙ୍କ ଆଶୀର୍ବାଦ
18ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।
19ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।
20ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ଵଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େଦ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।
21ହେ ଦେଶ, ଭୟ କର ନାହିଁ, ଉଲ୍ଳସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
22ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି-ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଧରୁଅଛି, ଡିମିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।
23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଳସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ-ଠାରେ ଆନନ୍ଦ କରନ୍ତ କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
24ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ତସବୁ ଦ୍ରାକ୍ଷାରସ ଓ ତୈଳରେ ଉଛୁଳି ପଡ଼ିବ।
25ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୁକକୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।
26ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ନୋହିବେ।
27ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ନୋହିବେ।
ମନୁଷ୍ୟ ଉପରେ ପରମେଶ୍ଵରଙ୍କ ଆତ୍ମା
28ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବୋ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ଵପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ;
29ଆଉ, ସେସମୟରେ ମଧ୍ୟ ଆମ୍ଭେ ଦାସଦାସୀ-ଗଣର ଉପରେ ଆପଣାର ଆତ୍ମା ଢାଳିବା।
30ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ ଓ ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
31ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
32ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ନାନ କରିବେ, ସେମାନେ ଅବଶିଷ୍ଟାଂଶର, ମଧ୍ୟରେ ରହିବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in