ଯୂନସ 3
3
ନୀନିବୀକୁ ଯୂନସଙ୍କ ଯାତ୍ରା
1ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
2ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।
3ତହିଁରେ ଯୁନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା।
4ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ।
5ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।
ନୀନିବୀର ଲୋକଙ୍କ ଅନୁତାପ
6ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା।
7ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ଵାଦନ ନ କରୁ; ସେମାନେ ଭୋଜନ କି ଜଳ-ପାନ ନ କରନ୍ତୁ;
8ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ଵରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
9କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା।
10ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
Currently Selected:
ଯୂନସ 3: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.