ଯିହୋଶୂୟ 16
16
ଇଫ୍ରୟିମ ଓ ମନଃଶିଙ୍କ ବାଣ୍ଟ
1ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।
2ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;
3ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
4ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।
5ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।
6ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା।
7ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରତ୍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।
8ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର।
9ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।
10ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।
Currently Selected:
ଯିହୋଶୂୟ 16: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.