Bible App logo
Search Icon

ଯିହୋଶୂୟ 3

3
ଇସ୍ରାଏଲର ଯର୍ଦ୍ଦନ ଅତିକ୍ରମ
1ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟିମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।
2ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;
3ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।
4ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ।
5ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।
6ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।
7ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।
8ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।
9ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଶୁଣ।
10ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ଵର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତା; ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ଵାରା ଜାଣି ପାରିବ।
11ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।
12ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।
13ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଊର୍ଦ୍ଧ୍ଵ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।
14ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ଵୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।
15ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବାମାତ୍ର,
16ଊର୍ଦ୍ଧ୍ଵରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ୍ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲାନ୍ତପୁଣି ପଦା-ଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।
17ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in