YouVersion Logo
Search Icon

ଲେବୀୟ ପୁସ୍ତକ 2

2
ଭକ୍ଷ୍ୟ-ନୈବେଦ୍ୟର ନିୟମ
1ଆଉ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁଦେବ ;
2ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠିଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ତତ୍-ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
3ଏହି ଭକ୍ଷ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣରଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
4ଆଉ ଯେବେ ତୁମ୍ଭେ ଭକ୍ଷ୍ୟ-ନୈବେଦ୍ୟ ରୂପେ ତନ୍ଦୁରରେ ପକ୍ଵ ଦ୍ରବ୍ୟ ଦିଅ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।
5ଆଉ ଯେବେ ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।
6ତୁମ୍ଭେ ତାହା ଖଣ୍ତ ଖଣ୍ତ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ-ନୈବେଦ୍ୟ।
7ଆଉ ଯେବେ କରେଇରେ ପକ୍ଵ ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳପକ୍ଵ ସରୁ ମଇଦାର ହେବ।
8ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ-ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।
9ପୁଣି, ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ତତ୍-ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
10ପୁଣି ସେହି ଭକ୍ଷ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
11ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଦ କରିବ ନାହିଁ।
12ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।
13ଆଉ ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟକୁ ତୁମ୍ଭ ପରମେଶ୍ଵରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।
14ପୁଣି ଯେବେ ତୁମ୍ଭେ ଆପଣା ପ୍ରଥମଜାତ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।
15ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ-ନୈବେଦ୍ୟ।
16ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

Highlight

Share

Copy

None

Want to have your highlights saved across all your devices? Sign up or sign in