ଲେବୀୟ ପୁସ୍ତକ 8
8
ହାରୋଣ ଓ ତାଙ୍କ ପୁତ୍ରମାନଙ୍କ ପବିତ୍ରିକରଣ
1ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ; ଆଉ ବସ୍ତ୍ରସକଳ ଓ ଅଭିଷେକାର୍ଥକ ତୈଳ ଓ ପାପାର୍ଥକ ବଳିର ଗୋବତ୍ସ ଓ ଦୁଇ ମେଷ ଓ ତାଡ଼ିଶୂନ୍ୟ ରୋଟୀର ଡାଲା ସଙ୍ଗେ ନିଅ।
3ପୁଣି ସମାଗମ-ତମ୍ଵୁଦ୍ଵାର ନିକଟରେ ସମଗ୍ର ମଣ୍ତଳୀକି ଏକତ୍ର କର।
4ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ଵୁଦ୍ଵାର ନିକଟରେ ସମଗ୍ର ମଣ୍ତଳୀ ଏକତ୍ର ହେଲେ।
5ପୁଣି ମୋଶା ମଣ୍ତଳୀକି କହିଲେ, ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।
6ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
7ପୁଣି ହାରୋଣଙ୍କ ଉପରେ ଜାମା ଦେଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବଦ୍ଧ କଲେ।
8ଆଉ, ସେ ତାହା ଉପରେ ବୁକୁପଟା ଦେଲେ; ଆଉ, ବୁକୁପଟାରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ।
9ପୁଣି, ତାଙ୍କର ମସ୍ତକରେ ପାଗ ରଖିଲେ; ପାଗ ସମ୍ମୁଖରେ ସ୍ଵର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
10ଅନନ୍ତର ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
11ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
12ଅନନ୍ତର ସେ ହାରୋଣଙ୍କୁ ପ୍ରତିଷ୍ଠା କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
13ଅନନ୍ତର ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
14ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେଲେ।
15ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ଵାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକି ପବିତ୍ର କଲେ; ଆଉ, ବେଦିମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
16ଅନନ୍ତର ମୋଶା ଅନ୍ତ୍ର-ଉପରିସ୍ଥିତ ସମସ୍ତ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
17ମାତ୍ର ସେହି ଗୋବତ୍ସର ଚର୍ମ ଓ ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
18ଅନନ୍ତର ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତନିର୍ଭର ଦେଲେ।
19ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
20ଆଉ, ସେ ମେଷକୁ ଖଣ୍ତ ଖଣ୍ତ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ ଓ ମାଂସଖଣ୍ତସକଳ ଓ ମେଦ ଦଗ୍ଧ କଲେ।
21ଆଉ, ସେ ତାହାର ଅନ୍ତ୍ର ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
22ଅନନ୍ତର ସେ ଅନ୍ୟ ମେଷ, ଅର୍ଥାତ୍, ପଦନି-ଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତନିର୍ଭର ଦେଲେ।
23ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
24ଏଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
25ପୁଣି, ସେ ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ୍ର-ଉପରିସ୍ଥିତ ସକଳ ମେଦ ଓ ଯକୃତର ଉପରିସ୍ଥିତ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁର ମେଦ ଓ ଡାହାଣ ଚଟୁଆ ନେଲେ;
26ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ତାଡ଼ିଶୂନ୍ୟ ରୋଟୀର ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳପକ୍ଵ ରୋଟୀର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଚଟୁଆ ଉପରେ ଥୋଇଲେ;
27ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।
28ଏଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
29ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
30ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେନ୍ତଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।
31ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, ସମାଗମ-ତମ୍ଵୁଦ୍ଵାର ନିକଟରେ ମାଂସ ସିଦ୍ଧ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,ʼ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଡାଲାରେ ଥିବା ରୋଟୀ ଭୋଜନ କର।
32ପୁଣି, ମାଂସ ଓ ରୋଟୀରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
33ଆଉ, ତୁମ୍ଭେମାନେ ସାତ ଦିନଯାଏ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ଵୁଦ୍ଵାରରୁ ବାହାରକୁ ଯିବ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ସାତ ଦିନଯାଏ ପଦରେ ନିଯୁକ୍ତ କରିବେ।
34ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
35ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନଯାଏ ସମାଗମ-ତମ୍ଵୁଦ୍ଵାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।
36ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।
Currently Selected:
ଲେବୀୟ ପୁସ୍ତକ 8: ODIAOV-BSI
Highlight
Share
Copy
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.

: