ଲେବୀୟ ପୁସ୍ତକ 9
9
ହାରୋଣଙ୍କ ବଳିଦାନ ଗୃହୀତ
1ଅନନ୍ତର ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,
2ପୁଣି ସେ ହାରୋଣଙ୍କୁ କହିଲେ, ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷ-ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।
3ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,
4ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।
5ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ଵୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ତଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହେଲେ।
6ଆଉ ମୋଶା କହିଲେ, ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।
7ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।
8ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।
9ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ବୁଡ଼ାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦିମୂଳରେ ଢାଳିଲେ;
10ମାତ୍ର ପାପାର୍ଥକ ବଳିର ମେଦ ଓ ଗୁରୁଦା ଓ ଯକୃତରୁ ଅନ୍ତ୍ରାପ୍ଳାବକ ବେଦି ଉପରେ ଦଗ୍ଧ କଲେ।
11ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।
12ଅନନ୍ତର ସେ ହୋମାର୍ଥକ ବଳି ବଧ କଲେ; ପୁଣି ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।
13ଅନନ୍ତର ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ତକୁ ଖଣ୍ତ ମାଂସ ଓ ମସ୍ତକ ସମର୍ପଣ କଲେ; ତହିଁରେ ସେ ସେହି ସକଳ ବେଦି ଉପରେ ଦଗ୍ଧ କଲେ।
14ପୁଣି, ସେ ଅନ୍ତ୍ର ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।
15ଅନନ୍ତର ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ନ୍ୟାୟ ବଧ କରି ପାପାର୍ଥରେ ତାହା ଉତ୍ସର୍ଗ କଲେ;
16ଏଉତ୍ତାରେ ସେ ହୋମବଳି ଆଣି ବିଧିମତେ ଉତ୍ସର୍ଗ କଲେ।
17ଆଉ, ସେ ଭକ୍ଷ୍ୟ-ନୈବେଦ୍ୟ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।
18ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;
19ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ୍ର ଓ ଗୁରୁଦାର ଉପରିସ୍ଥିତ ମେଦ ଓ ଯକୃତର ଉପରିସ୍ଥିତ ଅନ୍ତ୍ରାପ୍ଳାବକ,
20ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;
21ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।
22ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।
23ଅନନ୍ତର ମୋଶା ଓ ହାରୋଣ ସମାଗମ-ତମ୍ଵୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।
24ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି-ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ଵନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।
Currently Selected:
ଲେବୀୟ ପୁସ୍ତକ 9: ODIAOV-BSI
Highlight
Share
Copy
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.

: