YouVersion Logo
Search Icon

ମାଥିଉ 1

1
ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ
1ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ
2ଅବ୍ରହାମ ଇସ୍‍ହାକଙ୍କୁ ଜନ୍ମ ଦେଲେ, ଇସ୍‍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୁଦା ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,
3ଯିହୁଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,
4ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,
5ସଲମୋନ ରାହାବଙ୍କ ଗର୍ଭରୁ ବୋୟାଜଙ୍କୁ ଜନ୍ମ ଦେଲେ, ବୋୟାଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୟଙ୍କୁ ଜନ୍ମ ଦେଲେ,
6ଯିଶୟ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
7ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,
8ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,
9ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସଙ୍କୁ ଜନ୍ମ ଦେଲେ, ଆହସ ହିଜକୀୟଙ୍କୁ ଜନ୍ମ ଦେଲେ,
10ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,
11ବାବିଲୋନକୁ ନିର୍ବାସିତ ହେବା ସମୟରେ ଯୋଷୀୟ ଯିକନୀୟ ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।
12ବାବିଲୋନକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍ଟୀୟେଲ ଜିରୁବାବିଲଙ୍କୁ ଜନ୍ମ ଦେଲେ,
13ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲିୟାକିମ ଆସୋରଙ୍କୁ ଜନ୍ମ ଦେଲେ,
14ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,
15ଏଲହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀ ୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,
16ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ଵାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।
17ଏହିପ୍ରକାରେ ସର୍ବସୁଦ୍ଧା ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତା;
18ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
19ଏଥିରେ ତାଙ୍କ ସ୍ଵାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
20କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ତାଙ୍କୁ ଦର୍ଶନ ଦେଇ କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାର ଗର୍ଭ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ହୋଇଅଛି।
21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।
22ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,
23ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ, ଏହି ନାମର ଅର୍ଥ ‘ଆମ୍ଭମାନଙ୍କ ସହିତ ଈଶ୍ଵରʼ।
24ଏଥିରେ ଯୋଷେଫ ନିଦ୍ରାରୁ ଉଠି ପ୍ରଭୁଙ୍କ ଦୂତ ତାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;
25କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।

Highlight

Share

Copy

None

Want to have your highlights saved across all your devices? Sign up or sign in

YouVersion uses cookies to personalize your experience. By using our website, you accept our use of cookies as described in our Privacy Policy