YouVersion Logo
Search Icon

ମୀଖା 6

6
ପରମେଶ୍ଵରଙ୍କ ଅଭିଯୋଗ
1ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
2ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳ-ସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
3ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳା; କରିଅଛୁ? ଆମ୍ଭ ପ୍ରତିକୂଳରେ ସାକ୍ଷ୍ୟ ଦିଅ।
4ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
5ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।
ପରମେଶ୍ଵର କʼଣ ଚାହାନ୍ତି?
6ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?
7ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?
8ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ଵରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
ଦୁଷ୍ଟର ବିନାଶ
9ସଦାପ୍ରଭୁଙ୍କ ରବ ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ତ ଓ ତନ୍ନିରୂପଣକାରୀଙ୍କୁ ମାନ।
10ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ତାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
11ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା?
12ସେସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ଵା ପ୍ରବଞ୍ଚକ।
13ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
14ତୁମ୍ଭେ ଭୋଜନ କରିବ , ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍‍ଗକୁ ଦେବା।
15ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
16କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରା ଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶଦ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।

Currently Selected:

ମୀଖା 6: ODIAOV-BSI

Highlight

Copy

Compare

Share

None

Want to have your highlights saved across all your devices? Sign up or sign in