YouVersion Logo
Search Icon

ଗୀତସଂହିତା 100

100
ସ୍ତୁତିଗାନ
ଧନ୍ୟବାଦାର୍ଥକ ଗୀତ
1ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର।
2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ।
3ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ;
ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ଵାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Video for ଗୀତସଂହିତା 100