YouVersion Logo
Search Icon

ଗୀତସଂହିତା 103

103
ସଦାପ୍ରଭୁଙ୍କ ପ୍ରେମ
ଦାଉଦଙ୍କର ଗୀତ।
1ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
2ହେ ମୋହର ମନ ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
3ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
4ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
5ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
6ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି।
7ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।
8ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟ; ଦୟାଳୁ।
9ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।
10ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।
11କାରଣ ପୃଥିବୀରୁ ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।
12ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କ-ଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
13ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
14କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ସେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।
15ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।
16ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।
17ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
18ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି,
ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
19ସଦାପ୍ରଭୁ ସ୍ଵର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରେ।
20ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
21ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟସକଳ,
ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
22ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in