YouVersion Logo
Search Icon

ଗୀତସଂହିତା 108

108
ଶତ୍ରୁ କବଳରୁ ରକ୍ଷା ନିମିତ୍ତ ପ୍ରାର୍ଥନା
ଦାଉଦଙ୍କର ଗାନାର୍ଥକ ଗୀତ।
1ହେ ପରମେଶ୍ଵର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।
2ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।
3ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
4ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;
5ହେ ପରମେଶ୍ଵର, ତୁମ୍ଭେ ଆକାଶମଣ୍ତଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।
6ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।
7ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି।
8ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ତ।
9ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ଵନି କରିବି।
10କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
11ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
12ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
13ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 108