ଗୀତସଂହିତା 110
110
ପରମେଶ୍ଵର ଓ ତାହାଙ୍କ ମନୋନୀତ ରାଜା
ଦାଉଦଙ୍କର ଗୀତ।
1ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।
2ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ତ ପ୍ରେରଣ କରିବେ;
ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ଵ କର।
3ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି;
ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।
4ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ,
ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତ-କାଳୀନ ଯାଜକ ଅଟ।
5ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜଗଣକୁ ଚୂର୍ଣ୍ଣ କରିବେ।
6ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
7ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।
Currently Selected:
ଗୀତସଂହିତା 110: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.