YouVersion Logo
Search Icon

ଗୀତସଂହିତା 113

113
ମଙ୍ଗଳମୟ ପରମେଶ୍ଵରଙ୍କ ପ୍ରଶସ୍ତି
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।
3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।
4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ତଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ଵରେ,
5ଯେ ଆକାଶ ଓ ପୃଥିବୀକି ଦେଖିବା ପାଇଁ ଆପଣାକୁ ନତ କରନ୍ତି,
6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ତୁଲ୍ୟ କିଏ?
7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ ,
8ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
9ସେ ବନ୍ଧ୍ୟା ସ୍ତ୍ରୀକି ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 113