ଗୀତସଂହିତା 114
114
ନିସ୍ତାର ପର୍ବ ସଙ୍ଗୀତ
1ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
2ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
3ସମୁଦ୍ର ତାହା ଦେଖି ପଳାଇଲାନ୍ତ
ଯର୍ଦ୍ଦନ ଉଜାଣି ବହିଲା।
4ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
5ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
6ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
7ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ଵରଙ୍କ ଛାମୁରେ କମ୍ପିତ ହୁଅ;
8ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ।
Currently Selected:
ଗୀତସଂହିତା 114: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.