YouVersion Logo
Search Icon

ଗୀତସଂହିତା 115

115
ଏକମାତ୍ର ସତ୍ୟ ପରମେଶ୍ଵର
1ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର।
2ଏବେ ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
3ମାତ୍ର ଆମ୍ଭମାନଙ୍କ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି;
ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
4ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
5ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
6ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
7ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।
8ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
9ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର;
ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
10ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
11ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
12ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
13ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
14ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।
15ତୁମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ।
16ସ୍ଵର୍ଗ ସଦାପ୍ରଭୁଙ୍କର ସ୍ଵର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
17ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
18ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 115