YouVersion Logo
Search Icon

ଗୀତସଂହିତା 122

122
ଯିରୂଶାଲମର ପ୍ରଶଂସା
ଆରୋହଣ ଗୀତ; ଦାଉଦଙ୍କ ରଚିତ।
1ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ, ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
2ହେ ଯିରୂଶାଲମ, ତୁମ୍ଭ ଦ୍ଵାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
3ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
4ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ଵରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
5କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।
6ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;
7ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ।
8ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।
9ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ଚେଷ୍ଟା କରିବି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 122