YouVersion Logo
Search Icon

ଗୀତସଂହିତା 123

123
କୃପା ଭିକ୍ଷାର ପ୍ରାର୍ଥନା
ଆରୋହଣ-ଗୀତ।
1ହେ ସ୍ଵର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରେ।
2ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
3ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।
4ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀ-ମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 123