YouVersion Logo
Search Icon

ଗୀତସଂହିତା 124

124
ସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା
ଆରୋହଣ-ଗୀତ; ଦାଉଦଙ୍କ ରଚିତ।
1ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,
2ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ଵଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା;
5ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।
6ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ଵରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।
7ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;
8ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 124