YouVersion Logo
Search Icon

ଗୀତସଂହିତା 126

126
ମୁକ୍ତିର ସଙ୍ଗୀତ
ଆରୋହଣ-ଗୀତ।
1ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ।
2ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା;
3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
4ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର।
5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
6ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 126