ଗୀତସଂହିତା 129
129
ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା
ଆରୋହଣ-ଗୀତ
1ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ;
2ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।
3କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ।
4ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି।
5ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
6ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
8କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ।
Currently Selected:
ଗୀତସଂହିତା 129: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.