Bible App logo
Search Icon

ଗୀତସଂହିତା 13

13
ସହାୟତା ପାଇଁ ନିବେଦନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ?
2ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
3ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି;
4କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
5ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
6ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 13