YouVersion Logo
Search Icon

ଗୀତସଂହିତା 130

130
ସହାୟତା ପାଇଁ ପ୍ରାର୍ଥନା
ଆରୋହଣ-ଗୀତ।
1ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
2ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।
3ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
6ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
7ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;
8ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 130