YouVersion Logo
Search Icon

ଗୀତସଂହିତା 132

132
ମନ୍ଦିରର ପ୍ରଶଂସା
ଆରୋହଣ-ଗୀତ।
1ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
2ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
3ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
4ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ଵୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
5ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।
6ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
7ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ।
10ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
11ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
12ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।
13କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
14ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା
ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ଵନି କରିବେ।
17ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
18ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 132