ଗୀତସଂହିତା 14
14
ମଣିଷର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି।
ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
2ବିବେଚକ ଓ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
3ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
4ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
5ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
6ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
7ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!
Currently Selected:
ଗୀତସଂହିତା 14: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.