ଗୀତସଂହିତା 15
15
ସଦାପ୍ରଭୁଙ୍କ ଆବଶ୍ୟକତା
1ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?
2ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।
3ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ,
ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
4ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ।
ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
5ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।
Currently Selected:
ଗୀତସଂହିତା 15: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.