Bible App logo
Search Icon

ଗୀତସଂହିତା 17

17
ଜଣେ ନିରୀହ ଲୋକର ପ୍ରାର୍ଥନା
ଦାଉଦଙ୍କର ପ୍ରାର୍ଥନା।
1ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।
2ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ।
3ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ
ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
4ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ଵାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
5ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।
6ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ଵର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋର କଥା ଶୁଣ।
7ଆହେ ସ୍ଵଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ଵଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
8ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
9ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
10ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
11ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି।
12ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
13ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍‍ଗ ଦ୍ଵାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;
14ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ଵାରା ଲୋକମାନଙ୍କ-ଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।
15ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି;
ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 17