Bible App logo
Search Icon

ଗୀତସଂହିତା 19

19
ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
2ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।
3କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ।
4ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ।
ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।
6ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।
ସଦାପ୍ରଭୁଙ୍କ ବ୍ୟବସ୍ଥା
7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ;
ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।
9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।
10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ;
ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
11ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
12ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
13ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ;
ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି,
ପୁଣି ମହାପରାଧରୁ ପରିଷ୍କୃତ ହେବି।
14ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in