Bible App logo
Search Icon

ଗୀତସଂହିତା 20

20
ବିଜୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ଵରଙ୍କ ନାମ ତୁମ୍ଭକୁ ଉଚ୍ଚରେ ସ୍ଥାପନ କରୁ;
2ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
3ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ;
[ସେଲା
4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ମନ୍ତ୍ରଣାସବୁ ସିଦ୍ଧ କରନ୍ତୁ।
5ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ଵନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଆମ୍ଭେମାନେ ଧ୍ଵଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
6ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଦକ୍ଷିଣ ହସ୍ତର ତ୍ରାଣଶକ୍ତିରେ ନିଜ ପବିତ୍ର ସ୍ଵର୍ଗରୁ ତାହାକୁ ଉତ୍ତର ଦେବେ।
7କେହି କେହି ରଥରେ ଓ କେହି କେହି ଅଶ୍ଵରେ ନିର୍ଭର କରନ୍ତି;
ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମ କୀର୍ତ୍ତନ କରିବା।
8ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।
9ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 20