Bible App logo
Search Icon

ଗୀତସଂହିତା 23

23
ସଦାପ୍ରଭୁ ମୋର ପ୍ରତିପାଳକ
ଦାଉଦଙ୍କର ଗୀତ।
1ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି।
4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି।
5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ;
ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in