Bible App logo
Search Icon

ଗୀତସଂହିତା 24

24
ମହାନ ରାଜା
ଦାଉଦଙ୍କର ଗୀତ।
1ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?
4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ;
ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ଵରୂପ ପରମେଶ୍ଵରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
6ଯେଉଁମାନେ ପରମେଶ୍ଵରଙ୍କୁ ଅନ୍ଵେଷଣ କରନ୍ତି, ସେମାନଙ୍କର ବଂଶ ଏହି,
ହେ ଯାକୁବର ପରମେଶ୍ଵର, ଏମାନେ ତୁମ୍ଭର ମୁଖ ଅନ୍ଵେଷଣ କରନ୍ତି।
[ସେଲା
7ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
9ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
10ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି।
[ସେଲା

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 24